Odisha Link
Bridging the Missing Links in Odisha

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ପୁନରୁଦ୍ଧାର ସମୀକ୍ଷା, ପୁନର୍ଗଠନ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଆଜି ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲିବା ପରେ ବାତ୍ୟା ପୁନରୁଦ୍ଧାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୭ ଦିନ ମଧ୍ୟରେ ପ୍ରଭାବିତ ଜିଲ୍ଲା ଗୁଡିକରେ ଘରଭଙ୍ଗା କ୍ଷତିର ଆକଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ନବୀନ।

 ସମସ୍ତ ମରାମତି ଓ ପୁନରୁଦ୍ଧାର କାର୍ଯ୍ୟକୁ ଯୁଦ୍ଧକାଳୀନ ଭିତ୍ତିରେ କରିବା ସହ ପାନୀୟ ଜଳ ଓ ବିଦ୍ୟୁତ ସେବାକୁ ସ୍ୱାଭାବିକ କରିବାକୁ ପରାମର୍ଶ ଦେଇଛନ୍ତି ନବୀନ।ଏହାବାଦ୍ ବୈତରଣୀ ନଦୀର ତଳ ଅଞ୍ଚଳରେ ବନ୍ୟା ଆସିବାର ସମ୍ଭାବନା ଥିବାରୁ ପ୍ରଶାସନ ସତର୍କ ଦୃଷ୍ଟି ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।

ଜନତାଙ୍କ ସହଯୋଗରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାରେ  ଓଡ଼ିଶା ଅତ୍ୟନ୍ତ ସଫଳ ଓ ପ୍ରଭାବୀ ବୋଲି  ପୁଣି ପ୍ରମାଣିତ ହୋଇଥିବା କହିଛନ୍ତି ନବୀନ। ଏହାବାଦ୍ ୟାସ୍ ପରିଚାଳନାରେ ସମ୍ପୃକ୍ତ ଥିବା ଅଧିକାରୀମାନଙ୍କୁ ପ୍ରଂଶସା କରିଛନ୍ତି।

ସେହିଭଳି ସହଯୋଗ ପାଇଁ କେନ୍ଦ୍ର ସରକାର ଏବଂ ଏନଡିଆରଏଫ ଓ ଆଇଏମଡି ଭଳି ବିଭିନ୍ନ କେନ୍ଦ୍ରୀୟ ସଂସ୍ଥାକୁ ଧନ୍ୟବାଦ ଜଣାଇଛନ୍ତି ନବୀନ। ଆଜି ମଧ୍ୟାହ୍ନରେ ହେଲିକପ୍ଟର ଯୋଗେ ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଥିଲେ ନବୀନ।

Leave A Reply

Your email address will not be published.