Odisha Link
Bridging the Missing Links in Odisha

ବାତ୍ୟାଞ୍ଚଳ ଏରିଏଲ ସର୍ଭେ କରୁଛନ୍ତି ମୁଖ୍ୟମନ୍ତ୍ରୀ

ଆକାଶମାର୍ଗରୁ ବାତ୍ୟା ‘ୟଶ’ ପରର ସ୍ଥିତି ସମୀକ୍ଷା

ଭୁବନେଶ୍ୱର: ବାତ୍ୟାଞ୍ଚଳ ପରିଦର୍ଶନ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆକାଶମାର୍ଗରୁ ବାତ୍ୟା ‘ୟଶ’ ପରର ସ୍ଥିତି ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଭାବିତ ଅଞ୍ଚଳ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରପଡାରେ ସେ ସ୍ଥିତି ଅନୁଧ୍ୟାନ କରୁଛନ୍ତି ମୁଖ୍ୟମନ୍ତ୍ରୀ।

ବାତ୍ୟା ପ୍ରଭାବିତ ଜିଲ୍ଲା ଗୁଡିକରେ ପୁନରୁଦ୍ଧାର, କ୍ଷୟକ୍ଷତି ଆକଳନ ପାଇଁ ତ୍ୱରତି ପଦକ୍ଷେପ ସରକାର ଗ୍ରହଣ କରିଛନ୍ତି। ଆଜି ବାତ୍ୟାଞ୍ଚଳ ପରିଦର୍ଶନ ଜାରି ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଗତକାଲି ମଧ୍ୟ ବାତ୍ୟା ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ। ୨୪ ଘଣ୍ଟା ମଧ୍ୟରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ଯୋଗାଯୋଗ ପୁନରୁଦ୍ଧାର କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଆଜି ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳକୁ ପରିଦର୍ଶନ କରିବା ନେଇ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଥିଲା।

Leave A Reply

Your email address will not be published.