Odisha Link
Bridging the Missing Links in Odisha

ରାଜ୍ୟରେ ଉପରମୁହାଁ କରୋନା ମୃତ୍ୟୁ ସଂଖ୍ୟା, ଦିନକରେ ଚାଲିଗଲା ୩୩ ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ କରୋନା ସ୍ଥିତି। ରାଜ୍ୟରେ ଦୁଇ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ଦୈନିକ ୧୦ ହଜାର ତଳେ ରହିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା ଗ୍ରାଫ୍‌ ଉପରମୁହାଁ ହେବାରେ ଲାଗିିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୨୧୬ ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳ ୩୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୂ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁସଂଖ୍ୟା ୨୬୫୧ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଦିନକରେ ପ୍ରାଣ ହରାଇଥିବା ମୃତକଙ୍କ ମଧ୍ୟରୁ ଅନୁଗୁଳରୁ ସର୍ବାଧିକ ୫ ଜଣ ମୃତ୍ୟୁ ବରଣ କରିଥିବା ବେଳେ ସୁନ୍ଦରଗଡ଼ରେ ୪ ଜଣ ମୃତ୍ୟୁ ବରଣ କରିଛନ୍ତି। ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏ ଜୀବନ ଯାଇଥିବା ବେଳେ ଢେଙ୍କାନାଳ ଓ ନବରଙ୍ଗପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭,୩୯,୯୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧,୦୨,୦୭୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬,୩୫,୧୭୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.