Odisha Link
Bridging the Missing Links in Odisha

ଭୁବନେଶ୍ୱରରୁ ଆଜି ୭୪୭ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ହାର ସାମାନ୍ୟ ହ୍ରାସ ପାଇଥିବା ବେଳେ ଭୁବନେଶ୍ୱରରୁ ଆଜି ୭୪୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୨୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ୯୯୫ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୭୩ ହଜାର ୧୦୧ କୁ ବୃଦ୍ଧି ପାଇଛି। ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୬୦ ହଜାର ୯୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ୧୧ ହଜାର ୮୪୬ ଜଣ ଚିକିତ୍ସିତ ହେଉଥିବା ବେଳେ ୩୩୧ ଜଣଙ୍କର ମୃତ୍ୟୁ ହୋଇଛି।

Leave A Reply

Your email address will not be published.