Odisha Link
Bridging the Missing Links in Odisha

କରୋନାରେ ଆଖି ବୁଜିଲେ ବରିଷ୍ଠ ସାମ୍ବାଦିକ ବସନ୍ତ ଦାସ

ଭୁବନେଶ୍ବର: ମହାମାରୀର କରାଳ ରୂପରେ ଦୈନନ୍ଦିନ କରୋନା ଆକ୍ରାନ୍ତଙ୍କ ପ୍ରାଣ ଚାଲି ଯାଉଛି। କରୋନାର ଦ୍ବିତୀୟ ଲହରର ରାଜ୍ୟର ବହୁ ସାମ୍ବାଦିକଙ୍କ ପ୍ରାଣହାନୀ ହୋଇଛି। କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବା ବେଳେ ଶୁକ୍ରବାର (ଗତକାଲି) ରାତିରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ତାଙ୍କ ପୁଅ ଚନ୍ଦନ ଦାସ ସୂଚନା ଦେଇଛନ୍ତି।

ମେ’ ୧୬ରେ ବସନ୍ତ ଦାସ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ତା’ପରେ ସେ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ଥିଲେ। ତେବେ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ତିନି ଦିନ ଧରି ଚିକିତ୍ସାଧୀନ ଥିବା ବେଳେ ଗତକାଲି ରାତି ୧୧ଟାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ।

ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହା ସହିତ ତାଙ୍କ ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।

Leave A Reply

Your email address will not be published.