Odisha Link
Bridging the Missing Links in Odisha

ରାଜ୍ୟରେ ପୁଣି ବଢ଼ିଲା ଲକଡାଉନ

ଭୁବନେଶ୍ବର: ରାଜ୍ୟରେ ପୁଣି ବଢ଼ିଲା ଲକ୍‌ଡାଉନ୍‌। ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଛି। ମାତ ଦେବା ପାଇଁ ତୃତୀୟ ଥର ପାଇଁ ବୃଦ୍ଧି କରାଯାଇଛି। ଜୁନ୍ ୧ ତାରିଖ ସକାଳ ୫ଟାରୁ ଜୁନ୍ ୧୭ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ଲକଡାଉନ୍ ଜାରି ରହିବ। ଏହି ଲକ୍‌ଡାଉନ୍‌ ସମୟରେ ସ୍ବାସ୍ଥ୍ୟସେବା, ଟେଷ୍ଟିଂ, ଟୀକାକରଣ ସମେତ ଅନ୍ୟାନ୍ୟ ଅତ୍ୟାବଶ୍ୟକ କାର୍ଯ୍ୟ ପାଇଁ କୌଣସି କଟକଣା ନାହିଁ।

ପୂର୍ବପରି ଜୁନ୍‌ ୧୭ ତାରିଖ ଯାଏଁ ଲକଡାଉନ କଟକଣା ବଳବତ୍ତର ରହିବ। ଏହି ସମୟରେ ସପ୍ତାହାନ୍ତ ସଟ୍‌ଡାଉନ୍ ବି ଲାଗୁ ହେବ। କଟକଣା ସମୟରେ ସ୍ୱାସ୍ଥ୍ୟସେବା ଓ ଜରୁରୀ ସେବାକୁ ଅନୁମତି ମିଳିଛି। ଲକ୍‌ଡାଉନ୍ ବେଳେ ଘରଠାରୁ ୫ଶହ ମିଟର ଭିତରେ ସକାଳ ୬ଟାରୁ ୧୧ଟା ମଧ୍ୟରେ ଚାଲି ଚାଲି ଯାଇ ପରିବା କିଣିପାରିବେ ଜନସାଧାରଣ। ଗାଇଡଲାଇନରେ ସାମାନ୍ୟ ପରିବର୍ତ୍ତନ ଆଣିଛନ୍ତି SRC। ଅତ୍ୟାବଶ୍ୟକ ହେଲେ ବାଇକରେ ଜଣେ ଯାଇପାରିବେ। ବାହାଘର ଏବଂ ଅନ୍ୟ କାର୍ଯ୍ୟକ୍ରମ ପାଇଁ ସମାନ ନିୟମ ଲାଗୁ ରହିବ ରହିଛି।

ଏଥିସହ କାର, ଅଟୋ, ଓବେର, ଓଲାରେ ଯାଉଥିଲେ ଡ୍ରାଇଭର ସହ ୨ଜଣ ଯାଇପାରିବେ। ଜରୁରୀ ଚିକିତ୍ସା ସେବା ପାଇଁ ୨ଜଣ ପଛ ସିଟରେ ବସି ମଧ୍ୟ ଯାଇପାରିବେ। CRUT ପକ୍ଷରୁ କେବଳ ଏୟାରପୋର୍ଟ, ରେଲଓ୍ୱେ ଷ୍ଟେସନରୁ ମୋ ବସ୍‌ ସେବା ଜାରି ରହିବ। ୨ଟି ସ୍ଥାନ ବ୍ୟତୀତ ଅନ୍ୟ କେଉଁଠି ବି ରହିବନି ମୋ ବସ୍। ଯାତ୍ରାବେଳେ ବସ’ରେ ଛିଡା ହୋଇ କେହି ଯାଇପାରିବେ ନାହିଁ।

 

Leave A Reply

Your email address will not be published.