Odisha Link
Bridging the Missing Links in Odisha

୩ ଜିଲ୍ଲାରେ ଲକ୍‌ଡାଉନ୍‌ କୋହଳ

ଭୁବନେଶ୍ବର: ରାଜ୍ୟରେ ପୁଣି ବଢ଼ିଲା ଲକ୍‌ଡାଉନ୍‌। ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଛି। କରୋନାକୁ ମାତ ଦେବା ପାଇଁ ତୃତୀୟ ଥର ପାଇଁ ବୃଦ୍ଧି କରାଯାଇଛି। ଜୁନ୍ ୧ ତାରିଖ ସକାଳ ୫ଟାରୁ ଜୁନ୍ ୧୭ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ଲକଡାଉନ୍ ଜାରି ରହିବ। ଏହି ଲକ୍‌ଡାଉନ୍‌ ସମୟରେ ସ୍ବାସ୍ଥ୍ୟସେବା, ଟେଷ୍ଟିଂ, ଟୀକାକରଣ ସମେତ ଅନ୍ୟାନ୍ୟ ଅତ୍ୟାବଶ୍ୟକ କାର୍ଯ୍ୟ ପାଇଁ କୌଣସି କଟକଣା ନାହିଁ।

ସଂକ୍ରମଣ କମୁଥିବା ୩ଟି ଜିଲ୍ଲାରେ ଲକ୍‌ଡାଉନ୍‌ କୋହଳ କଲେ ରାଜ୍ୟ ସରକାର। ସେହି ୩ ଜିଲ୍ଲା ହେଲା ନୂଆପଡ଼ା, ଗଜପତି ଓ ସୁନ୍ଦରଗଡ଼। ଏହି ୩ ଜିଲ୍ଲାରେ ଲୋକମାନେ ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଦୋକାନ ଖୋଲା ରହିବ। ଯଦି ଲୋକମାନେ ନିୟମ ଠିକ୍‌ ଭାବେ ପାଳନ ନକରିବେ, ତାହାହେଲେ କଟକଣା ଆହୁ କଠୋର କରାଯିବ ବୋଲି ଶ୍ରୀ ମହାପାତ୍ର କହିଛନ୍ତି।

ରାଜ୍ୟର ମୋଟ୍‌ ୯ଟି ଜିଲ୍ଲାରେ ସଂକ୍ରମଣ ୬୦% ରହିଛି। ୯ ଜିଲ୍ଲା ଗୁଡିକ ହେଲା ଖୋର୍ଦ୍ଧା, କଟକ, ଅନୁଗୁଳ, ସୁନ୍ଦରଗଡ଼, ପୁରୀ, ମୟୂରଭଞ୍ଜ, ବାଲେଶ୍ୱର, ବରଗଡ଼, ପୁରୀ ଜିଲ୍ଲା। ରାଜ୍ୟରେ ପଜିଟିଭିଟି କମି ଆଜି ସୁଦ୍ଧା ୧୪%ରେ ପହଞ୍ଚିଛି। ୧୯ଟି ଜିଲ୍ଲାରେ ପଜିଟିଭିଟି ହାର କମୁଛି; ୫ ଜିଲ୍ଲାରେ ୫% ତଳେ ରହିଛି ବୋଲି ଏସିଏସ୍‌ କହିଛନ୍ତି।

ବାତ୍ୟା ୟାସ୍‌ ପାଇଁ ଟେଷ୍ଟ କମା ଯାଇଥିଲା। ଯାହାଫଳରେ କରୋନା ପଜିଟିଭ ସଂଖ୍ୟା କମିଥିଲା। ମାତ୍ର ପରବର୍ତ୍ତୀ ପର୍ଯ୍ୟାୟରେ ଟେଷ୍ଟ ବଢ଼ିଥିଲେ ମଧ୍ୟ ସଂକ୍ରମଣ କମିଛି। ଆଜି ରାଜ୍ୟରେ ୯୫୪୧ କରୋନା ଆକ୍ରାନ୍ତ ଚିହ୍ନିତ ହୋଇଛନ୍ତି। ମେ ୨୨ ତାରିଖକୁ ଆମ ରାଜ୍ୟ ପାଇଁ ପିକ ବୋଲି ଧରିବାକୁ ହେବ ବୋଲି ଆଜି ଏସିଏସ୍‌ ପ୍ରଦୀପ୍ତ ମହାପାତ୍ର କହିଛନ୍ତି।

ସେପଟେ ପଡ଼ୋଶୀ ଛତିଶଗଡ଼ ଓ ଝାଡ଼ଖଣ୍ଡରେ ସଂକ୍ରମଣ କମିଛି। ଛତିଶଗଡ଼ ଓ ଝାଡ଼ଖଣ୍ଡକୁ ଲାଗିଥିବା ଜିଲ୍ଲାର ସଂକ୍ରମଣ କମୁଛି। ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗରେ ସଂକ୍ରମଣ କମୁଥିଲେ ମଧ୍ୟ ବିପଦ ରହିଛି। ସେଥିପାଇଁ ଆନ୍ଧ୍ର ଓ ପଶ୍ଚିମବଙ୍ଗ ସୀମାକୁ ସିଲ୍ କରାଯାଇଛି ବୋଲି ଏସିଏସ୍‌ କହିଛନ୍ତି।

Leave A Reply

Your email address will not be published.