Odisha Link
Bridging the Missing Links in Odisha

କମୁଛି ସଂକ୍ରମଣ, ବଢ଼ୁଛି ମୃତ୍ୟୁ ସଂଖ୍ୟା: ଦିନକରେ ଚାଲିଗଲା ୩୫ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣରେ ବ୍ରେକ୍‌ ଲାଗୁଥିବା ବେଳେ ମୃତ୍ୟୁ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ରାଜ୍ୟରେ କରୋନା ସଂକ୍ରମଣ ହାର କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତତ ୨୪ଘଣ୍ଟାରେ ରାଜ୍ୟରେ ୮୩୧୩ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩୫ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁସଂଖ୍ୟା ୨୭୫୪ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ ଜଣ ମୃତ୍ୟୁବରଣ କରିଥିବା ବେଳେ କଟକ, କଳାହାଣ୍ଡି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା , ନବରଙ୍ଗପୁର , ସୋନପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଦେବଗଡ଼ , ଗଜପତି, ଗଞ୍ଜାମ, ଝାରସୁଗୁଡ଼ା, ସୁନ୍ଦରଗଡ଼ରୁ ୨ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭,୬୪,୯୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୧,୬୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬,୭୦,୫୨୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୫୪କୁ ବୃଦ୍ଧି ପାଇଥିବା ବେଳେ ୫୩ଜଣଙ୍କର ଅନାନ୍ୟ କାରଣ ଯୋଗୁଁ ମୃତ୍ୟୁ ହୋଇଛି ।

Leave A Reply

Your email address will not be published.