Odisha Link
Bridging the Missing Links in Odisha

ରେକର୍ଡ ଭାଙ୍ଗିଲା ମୃତ୍ୟୁ ସଂଖ୍ୟା, ଦିନକରେ ଚାଲିଗଲା ୩୭ ଜୀବନ

ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣରେ ଲାଗୁଛି ବ୍ରେକ୍। ହେଲେ ମୃତ୍ୟୁ ସଂଖ୍ୟା ଉପରମୁହାଁ ହେବାରେ ଲାଗିଛି। ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଲଗାତାର କିଛି ଦିନ ହେବ ୩୦ରୁ ଅଧିକା ଦୈନିକ ମୃତ୍ୟୁ ମାମଲା ସାମ୍ନାକୁ ଆସୁଥିବା ବେଳେ ଜୁନ୍‌ ମାସ୍‌ ଆରମ୍ଭରୁ ହିଁ ସମସ୍ତ ରେକର୍ଡ ଭାଙ୍ଗିଛି ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୭୩୫ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩୭ ଜଣଙ୍କର ମୃତ୍ୟୁ ହୋଇଛି। ପ୍ରଥମ ଥର ପାଇଁ ରାଜ୍ୟରେ ଏତେ ସଂଖ୍ୟକ ବ୍ୟକ୍ତିଙ୍କ ମୃତ୍ୟୁ କରୋନା ଯୋଗୁଁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨୭୯୧ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ରାଜ୍ୟରେ ମୃତ୍ୟୁ ବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ ଜଣ ରହିଥିବା ବେଳେ କଟକ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଛନ୍ତି। ସେହିପରି ଝାରସୁଗୁଡ଼ା, ଖୋର୍ଦ୍ଧା, ନବରଙ୍ଗପୁର, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ କେନ୍ଦ୍ରାପଡ଼ା, ନୂଆପଡ଼ା , ରାୟଗଡ଼ା, ସୋନପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଏଥିସହିତ ବଲାଙ୍ଗୀର, ଗଜପତି, ଗଞ୍ଜାମ, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭,୭୩,୭୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୯,୯୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬,୮୦,୯୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି ପାଇଥିବା ବେଳେ ୫୩ଜଣଙ୍କ ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

Leave A Reply

Your email address will not be published.