Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ଦିନକରେ ୮୩୯୯ ଆକ୍ରାନ୍ତ, ୪୦ ମୃତ

ଭୁବନେଶ୍ୱର: ରାଜ୍ୟରେ କାୟା ମେଲାଉଛି ମହାମାରୀ କରୋନା। ଗତ ୨୪ ଘଣ୍ଟାରେ ୮୩୯୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୭୪୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିବାବେଳ ୩୬୫୮ଟି ଲୋକାଲ୍ କେସ୍‌ ରହିଛି। ସେହିପରି ରାଜ୍ୟରେ କରୋନାରେ ଆଉ ୪୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୦୨ ଜଣ ଥିବା ବେଳେ ଅନୁଗୁଳରୁ ୪୬୮, ବାଲେଶ୍ୱରରୁ ୨୪୦, ବରଗଡରୁ ୧୮୯, ଭଦ୍ରକରୁ ୧୪୭, ବଲାଙ୍ଗିରରୁ ୧୧୬, ବୌଦ୍ଧରୁ ୧୬୬, କଟକରୁ ୭୬୬, ଦେବଗଡରୁ ୮୧, ଢେଙ୍କାନାଳରୁ ୪୫୧, ଗଜପତିରୁ ୮୦, ଗଞ୍ଜାମରୁ ୬୫, ଜଗତସିଂହପୁରରୁ ୨୬୯, ଯାଜପୁରୁରୁ ୫୧୪, ଝାରସୁଗୁଡାରୁ ୫୩, କଳାହାଣ୍ଡିରୁ ୧୯୦, କନ୍ଧମାଳରୁ ୯୫, କେନ୍ଦ୍ରାପଡାରୁ ୨୧୦, କେନ୍ଦୁଝରରୁ ୧୮୬ ଏକ କୋରାପୁଟରୁ ୧୭୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।

ମାଲକାନଗିରିରୁ ୧୨୮, ମୟୂରଭଞ୍ଜରୁ ୪୮୫, ନବରଙ୍ଗପୁରରୁ ୨୦୦, ନୟାଗଡରୁ ୨୨୩, ନୂଆପଡାରୁ ୩୪, ପୁରୀରୁ ୪୭୫, ରାୟଗଡାରୁ ୨୯୨, ସମ୍ବଲପୁରରୁ ୧୯୧, ସୋନପୁରରୁ ୧୪୩, ସୁନ୍ଦରଗଡରୁ ୪୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଷ୍ଟେଟ ପୁଲ୍‌ରୁ ଚିହ୍ନଟ ହୋଇଛନ୍ତି ୧୮୫।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ, କଟକ, ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ସେହିପରି ଝାରସୁଗୁଡ଼ାରୁ ୪ ଜଣ, ବୌଦ୍ଧ ଓ ରାୟଗଡ଼ାରୁ ୩ ଜଣ ଲେଖାଏଁ, ଦେବଗଡ଼, ନବରଙ୍ଗପୁର, ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ମାଲକାନଗିରିରୁ ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୮୩୯୯ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ଲକ୍ଷ ୮୨ ହଜାର ୧୩୧ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୬ ଲକ୍ଷ ୯୨ ହଜାର ୦୨୭ ଜଣ ସୁସ୍ଥ ହୋଇସାରିଛନ୍ତି। ୮୭ ହଜାର ୨୨୦ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୪୦ ଆକ୍ରାନ୍ତଙ୍କ ମୃତ୍ୟୁ ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮୩୧କୁ ବୃଦ୍ଧି ପାଇଛି।

Leave A Reply

Your email address will not be published.