Odisha Link
Bridging the Missing Links in Odisha

ପରଲୋକରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ବିଜୟଶ୍ରୀ ରାଉତରାୟ। କରୋନା ସଂକ୍ରମିତ ହେବା ପରେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା।

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।ଏକ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତ ରାଉତରାୟଙ୍କୁ ଜଣେ ଲୋକପ୍ରିୟ ରାଜନେତା ତଥା ଅମାୟିକ ବ୍ୟକ୍ତିତ୍ବ ଭାବରେ ବର୍ଣନା କରିଛନ୍ତି।ଦଳ ମତ ନିର୍ବିଶେଷରେ ସେ ସମସ୍ତଙ୍କ ପ୍ରିୟଭାଜନ ଥିଲେ ।ରାଜ୍ୟ ସରକାରଙ୍କ ଜଣେ ମନ୍ତ୍ରୀ ଭାବରେ ସେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ଦଷତାର ସହ ନିର୍ବାହ କରିଥିଲେ ।ତାଙ୍କର ବିୟୋଗରେ ଆମ ସମସ୍ତଙ୍କ ପାଇଁ ଏକ ବିରାଟ ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ବର୍ଗ ଙ୍କୁ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମର ସଦ୍ ଗତି କାମନା କରଛନ୍ତି। ବିଜୟ ଶ୍ରୀ ରାଉତରାୟ ଙ୍କ ପରଲୋକ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ଫୋନ ଯୋଗ ସ୍ବର୍ଗତ ରାଉତରାୟ ଙ୍କ ପୁଅ ତଥା ବିଧାୟକ ବିଷ୍ଣୁ ବ୍ରତ ରାଉତରାୟଙ୍କ ସହ କଥା ହୋଇ ସମବେଦନା ଜଣାଇଥିଲେ।

ଏଥିସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ବିଜୟଶ୍ରୀ ରାଉତରାୟଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ସେ ରାଜ୍ୟ ସରକାରରେ ମନ୍ତ୍ରୀ ଭାବେ ବହୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଥିଲେ।

ରାଜନୈତିକ ଜୀବନରେ ସ୍ୱର୍ଗତ ରାଉତରାୟଙ୍କ ଅବଦାନ ସର୍ବଦା ସ୍ମରଣୀୟ ହୋଇରହିବ। ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ବୋଲଇ ଧର୍ମେନ୍ଦ୍ର କହିଛନ୍ତି।

Leave A Reply

Your email address will not be published.