Odisha Link
Bridging the Missing Links in Odisha

ଉପରମୁହାଁ ମୃତ୍ୟୁ ସଂଖ୍ୟା, ଦିନକରେ ଚାଲିଗଲ ୪୦ ଜୀବନ

ଭୁବନେଶ୍ବର: ରାଜ୍ୟରେ କିଛିଦିନ ହେବ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଆକ୍ରାନ୍ତଙ୍‌ ସଂଖ୍ୟା ଦିନକୁ ଦିନ କମିବାରେ ଲାଗିଥିବା ବେଳେ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩୯୫ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାି ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୫୨ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣଙ୍କର ଜୀବନ ଚାଲିଯାଇଥିବା ବେଳେ କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି। ସେହିପରି ଅନୁଗୁଳ, ବୌଦ୍ଧ, ଝାରସୁଗୁଡା ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବରଗଡ, ବଲାଙ୍ଗୀର ଓ ଦେବଗଡରୁ ୨ ଜଣ ଲେଖାଏଁ, ଗଞ୍ଜାମ, କନ୍ଧମାଳ, ନୟାଗଡ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮,୦୬,୦୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୮,୬୮୭ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭,୨୪,୪୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୯୫୨ଜଣ କରୋନାରେ ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

Leave A Reply

Your email address will not be published.