Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ୮ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ୭,୩୯୫ ପଜିଟିଭ ଚିହ୍ନଟ

ଦିନକରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪୧୬୯ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥବା ବେଳେ ୩୨୨୬ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଭୁବନେଶ୍ବର: ରାଜ୍ୟ ପାଇଁ ଜୁନ୍‌ ମାସ ଆଣିଛି ଆଶ୍ବସ୍ତିକର ଖବର। ଜୁନ୍‌ ପହିଲାରୁ ହିଁ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ରାଜ୍ୟରେ ଦୈନନ୍ଦିନ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ତଳେ ଏବେ ରହୁଛି। ଏସବୁ ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ମୋଟ ୭୩୯୫ ଜଣ କରୋନା ଆକ୍ରାନ୍ତ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୦୬,୯୦୪ରେ ପହଁଞ୍ଚିଛି। ଦିନକରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪୧୬୯ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥବା ବେଳେ ୩୨୨୬ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୪୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୮୫ଜଣ, ବରଗଡ଼ ଜିଲ୍ଲାରୁ ୧୭୧ଜଣ, ଭଦ୍ରକ ଜିଲ୍ଲାରୁ ୨୩୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୮୧ଜଣ, ବୌଦ୍ଧ ଜିଲ୍ଲାରୁ ୧୩୩ଜଣ, କଟକ ଜିଲ୍ଲାରୁ ୮୬୮ଜଣ, ଦେଓଗଡ଼ ଜିଲ୍ଲାରୁ ୫୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୧ଜଣ, ଗଜପତି ଜିଲ୍ଲାରୁ ୫୨ଜଣ, ଗଞ୍ଜାମ ଜିଲ୍ଲାରୁ ୬୯ଜଣ, ଜଗତସିଂହପୁର ଜିଲ୍ଲାରୁ ୨୮୮ଜଣ, ଯାଜପୁର ଜିଲ୍ଲାରୁ ୫୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬୬ଜଣ, କଳାହାଣ୍ଡି ଜିଲ୍ଲାରୁ ୧୬୬ଜଣ, କନ୍ଧମାଳ ଜିଲ୍ଲାରୁ ୭୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୪୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୫୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୬୯ଜଣ, କୋରାପୁଟ ଜିଲ୍ଲାରୁ ୧୬୧ଜଣ, ମାଲକାନଗିରି ଜିଲ୍ଲାରୁ ୧୧୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୮୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯୬ଜଣ, ନୟାଗଡ଼ ଜିଲ୍ଲାରୁ ୨୪୩ଜଣ, ନୂଆପଡ଼ା ଜିଲ୍ଲାରୁ ୨୨ଜଣ, ପୁରୀ ଜିଲ୍ଲାରୁ ୩୫୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୨୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୩୭ଜଣ, ସୋନପୁର ଜିଲ୍ଲାରୁ ୯୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬୭ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୪୫ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮,୦୬,୦୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୮,୬୮୭ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭,୨୪,୪୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.