Odisha Link
Bridging the Missing Links in Odisha

ବର୍ଷା ଓ ବଜ୍ରପାତ ଆଶଙ୍କା, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଝଡବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ ହେଉଛି ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ, କଟକ, ଢେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା, ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର।

ମୌସୁମୀ ବାୟୁ କେରଳ ଛୁଇଁଥିବାବେଳେ ଓଡ଼ିଶା ଛୁଇଁବାକୁ ପ୍ରାୟ ୧୦ ଦିନ ଲାଗିପାରେ। ଜୁନ୍ ୧୧ରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଓଡ଼ିଶାକୁ ମୌସୁମୀ ପ୍ରବେଶ କରିବାରେ ସହାୟକ ହୋଇପାରେ ଲଘୁଚାପ। ଜୁନ ୧୦ରୁ ୧୪ ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବର୍ତ୍ତମାନ ମୌସୁମୀ ପ୍ରଭାବରେ ବର୍ଷା ହେଉଥିବାବେଳେ ମୌସୁମୀ ବାୟୁ ଆସିଲେ ବର୍ଷାର ପରିଣାମ ଅଧିକ ହୋଇପାରେ।

Leave A Reply

Your email address will not be published.