Odisha Link
Bridging the Missing Links in Odisha

କରୋନା ନେଲା ଆଉ ୪୨ ଜୀବନ, ମୃତ୍ୟୁସଂଖ୍ୟା ୨୯୯୪

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ସଂକ୍ରମଣ ହାର ତଳକୁ ଖସୁଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୦୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା ଥମିବାର ନାଁ ନେଉନି। ଗତ ୨୪ ଘଣ୍ଟା ମଧ୍ୟରେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ ଦିଆଯାଇଛି।

ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, ଖୋର୍ଦ୍ଧାରୁ ୪ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଦେବଗଡ, କଳାହାଣ୍ଡି, ଝାରସୁଗୁଡାରୁ ୩ ଲେଖାଏଁ ରହିଛନ୍ତି। ସେହିପରି ଗଜପତି, ଜଗତସିଂହପୁର, ମୟୁରଭଞ୍ଜ, ରାୟଗଡା, ସୁନ୍ଦରଗଡରୁ ୨ ଲେଖାଏଁ ରହିଥିବା ବେଳେ ପୁରୀ, ନୂଆପଡା, ମାଲକାନଗିରି, କନ୍ଧମାଳ, ଯାଜପୁର, ଗଞ୍ଜାମ, ବରଗଡରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧୩୦୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୮୦୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୩୨୦୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୯୯୪ଜଣ କରୋନାରେ ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୧୨୧୮୩୧୧୬ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.