Odisha Link
Bridging the Missing Links in Odisha

ବଡ଼ ଖବର: ରାଜ୍ୟରେ ୩ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ ଦିନକୁ ଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଯାହାକୁ ନେଇ ଚିନ୍ତାରେ ସରକାର। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪୧ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ରହିଥିବା ବେଳେ ସୁନ୍ଦରଗଡ଼, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଛନ୍ତି। ସେହିପରି ବରଗଡ଼, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ସମ୍ବଲପୁର ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ଵର, ଭଦ୍ରକ, ଦେବଗଡ, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡା, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮,୧୯,୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୬,୭୫୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭,୩୯,୩୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୩୫ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି।

Leave A Reply

Your email address will not be published.