ଆଜି ସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପିଏମ୍ ମୋଦୀ
ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ବିତୀୟ ଲହର ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଅନ୍ୟପଟେ ଆଜିଠୁ ଦେଶର କିଛି ରାଜ୍ୟ ଲଗାଇଥିବା ଲକ୍ଡାଉନ୍ ଅନ୍ଲକ୍ କରିବା ଆରମ୍ଭ କରିଛନ୍ତି। ଏସବୁ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟା ୫ ଟା ସମୟରେ ଦେଶବାସୀଙ୍କୁ ସମ୍ବୋଧନ କରିବେ। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫୁରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।
Prime Minister Shri @narendramodi will address the nation at 5 PM today, 7th June.
— PMO India (@PMOIndia) June 7, 2021