Odisha Link
Bridging the Missing Links in Odisha

କମୁଛି ସଂକ୍ରମଣ, ବଢ଼ୁଛି ମୃତ୍ୟୁ ସଂଖ୍ୟା: ଦିନକରେ ୪୫ ମୃତ

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮,୨୫,୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୪,୧୭୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭,୪୭,୮୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଭୁବନେଶ୍ବର: ରାଜ୍ୟରେ କିଛି ଦିନ ହେବ କରୋନା ଗ୍ରାଫରେ ଲାଗିଛି ଅଙ୍କୁଶ। ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ କମିବାକୁ ଲାଗିଥିବା ବେଳେ ମୃତ୍ୟୁ ସଂଖ୍ୟା ଚିନ୍ତାର କାରଣ ପାଲଟିଛି। ଦିନକୁ ଦିନ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮୯୬ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪୫ ଜଣଙ୍କର କରୋନାରେ ପରଲୋକ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁସଂଖ୍ୟା ୩୦୮୦ରେ ପହଁଞ୍ଚିଛି। ଯାହାକୁ ନେଇ ଚିନ୍ତାରେ ରାଜ୍ୟସରକାର।

ରାଜ୍ୟରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତିଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, ସୁନ୍ଦରଗଡରୁ ୪, ଗଞ୍ଜାମ, ପୁରୀରୁ ୩ ଜଣ ଲେଖାଏଁ ରହିଥିବା ବେଳେ ବରଗଡ, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ବାଲେଶ୍ଵର, ଭଦ୍ରକ, ଦେବଗଡ, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡା, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮,୨୫,୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୪,୧୭୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭,୪୭,୮୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏଥି ସହିତ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୮୦ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି ।

Leave A Reply

Your email address will not be published.