Odisha Link
Bridging the Missing Links in Odisha

ତଳମୁହାଁ କରୋନା ଗ୍ରାଫ୍ , ଦିନକରେ ୫୮୯୬ ପଜିଟିଭ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୨୫,୧୧୦ରେ ପହଁଞ୍ଚିଛି।

ଭୁବନେଶ୍ବର: ରାଜ୍ୟ ପାଇଁ ଆଶ୍ବସ୍ତିକର ଖବର। ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ। ତଳୁମହାଁ ହେବାରେ ଲାଗିଛି କରୋନା ଗ୍ରାଫ୍। ଏସବୁ ମଧ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା ୬ ହଜାର ତଳେ ପହଁଞ୍ଚିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୨୫,୧୧୦ରେ ପହଁଞ୍ଚିଛି। ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩୩୩୨ ଜଣ କ୍ବାରାଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୫୬୪ ଜଣ ସ୍ଥାନୀୟ ବାସିନ୍ଦା ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାରୁ ରାଜ୍ୟରେ ପଜିଟିଭ ସଂଖ୍ୟା କମିବାରେ ଲାଗିଛି। ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୮୫ଜଣ, ବାଲେଶ୍ୱର ଜିଲ୍ଲାରୁ ୩୭୩ଜଣ, ବରଗଡ଼ ଜିଲ୍ଲାରୁ ୯୯ଜଣ, ଭଦ୍ରକ ଜିଲ୍ଲାରୁ ୩୭୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୭ଜଣ, ବୌଦ୍ଧ ଜିଲ୍ଲାରୁ ୭୩ଜଣ, କଟକ ଜିଲ୍ଲାରୁ ୩୪୯ଜଣ, ଦେଓଗଡ଼ ଜିଲ୍ଲାରୁ ୨୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୦୬ଜଣ, ଗଜପତି ଜିଲ୍ଲାରୁ ୪୪ଜଣ, ଗଞ୍ଜାମ ଜିଲ୍ଲାରୁ ୩୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩୨ଜଣ, ଯାଜପୁର ଜିଲ୍ଲାରୁ ୪୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୪ଜଣ, କଳାହାଣ୍ଡି ଜିଲ୍ଲାରୁ ୫୩ଜଣ, କନ୍ଧମାଳ ଜିଲ୍ଲାରୁ ୬୫ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୩୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୩୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୫୩ଜଣ, କୋରାପୁଟ ଜିଲ୍ଲାରୁ ୧୨୯ଜଣ, ମାଲକାନଗିରି ଜିଲ୍ଲାରୁ ୧୧୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୬୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୭୪ଜଣ, ନୟାଗଡ଼ ଜିଲ୍ଲାରୁ ୧୭୭ଜଣ, ନୂଆପଡ଼ା ଜିଲ୍ଲାରୁ ୩୭ଜଣ, ପୁରୀ ଜିଲ୍ଲାରୁ ୨୪୧ଜଣ, ରାୟଗଡ଼ା ଜିଲ୍ଲାରୁ ୧୬୬ଜଣ, ସମ୍ବଲପୁର ଜିଲ୍ଲାରୁ ୯୨ଜଣ, ସୋନପୁର ଜିଲ୍ଲାରୁ ୭୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୪୫ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮,୨୫,୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୪,୧୭୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭,୪୭,୮୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Leave A Reply

Your email address will not be published.