Odisha Link
Bridging the Missing Links in Odisha

ରାଜଧାନୀରେ କମୁଛି ସଂକ୍ରମଣ: ୬୬୧ ଆକ୍ରାନ୍ତ, ୧୩୫୭ ସୁସ୍ଥ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ହାର କମୁଛି। ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୬୬୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୧୫୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୫୦୫ ଜଣ।

ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୧୩୫୭ ଜଣ ସୁସ୍ଥ ହୋଇ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୮୧, ୫୭୦ ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୭୩, ୯୬୫ ଜଣ ସୁସ୍ଥ ହୋଇସାରିଛନ୍ତି। ୩୬୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ହଜାର ୨୨୨ ଆକ୍ଟିଭ୍ କେସ୍ ରହିଛି।