Odisha Link
Bridging the Missing Links in Odisha

୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟରେ କାଲି ସୁଦ୍ଧା ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି। ସେହି ୫ଟି ଜିଲ୍ଲା ହେଉଛି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା ଓ ମୟୂରଭଞ୍ଜ।

ଏଥିସହ ୧୭ଟି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡା, ବୌଦ୍ଧ, ଢେଙ୍କାନାଳ ଓ କେନ୍ଦୁଝରରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି।

ତେବେ ଜୁନ୍ ୧୧ରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଓଡିଶାକୁ ମୌସୁମୀ ପ୍ରବେଶ କରିବାରେ ସହାୟକ ହୋଇପାରେ ଲଘୁଚାପ। ଜୁନ ୧୦ରୁ ୧୪ ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

 

Leave A Reply

Your email address will not be published.