Odisha Link
Bridging the Missing Links in Odisha

ରାଜ୍ୟରେ କମୁଛି ସଂକ୍ରମଣ: ଦିନକରେ ୬୦୧୯ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ। ତଳୁମହାଁ ହେବାରେ ଲାଗିଛି କରୋନା ଗ୍ରାଫ୍। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୯୭ ଜଣା ସଙ୍ଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୨୬୨୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୩୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୮୬ଜଣ, ବରଗଡ଼ ଜିଲ୍ଲାରୁ ୧୨୨ଜଣ, ଭଦ୍ରକ ଜିଲ୍ଲାରୁ ୨୬୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୬ଜଣ, ବୌଦ୍ଧ ଜିଲ୍ଲାରୁ ୭୯ଜଣ, କଟକ ଜିଲ୍ଲାରୁ ୫୩୧ଜଣ, ଦେଓଗଡ଼ ଜିଲ୍ଲାରୁ ୨୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୯୧ଜଣ, ଗଜପତି ଜିଲ୍ଲାରୁ ୩୪ଜଣ, ଗଞ୍ଜାମ ଜିଲ୍ଲାରୁ ୭୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୯୬ଜଣ, ଯାଜପୁର ଜିଲ୍ଲାରୁ ୪୦୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୧ଜଣ, କଳାହାଣ୍ଡି ଜିଲ୍ଲାରୁ ୭୦ଜଣ, କନ୍ଧମାଳ ଜିଲ୍ଲାରୁ ୭୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୨୦ଜଣ ରହିଛନ୍ତି।

ଖୋର୍ଦ୍ଧା ଜିଲ୍ଲାରୁ ୭୯୬ଜଣ, କୋରାପୁଟ ଜିଲ୍ଲାରୁ ୧୪୨ଜଣ, ମାଲକାନଗିରି ଜିଲ୍ଲାରୁ ୮୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୩୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫୧ଜଣ, ନୟାଗଡ଼ ଜିଲ୍ଲାରୁ ୧୯୧ଜଣ, ନୂଆପଡ଼ା ଜିଲ୍ଲାରୁ ୨୩ଜଣ, ପୁରୀ ଜିଲ୍ଲାରୁ ୩୨୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୩୧ଜଣ, ସୋନପୁର ଜିଲ୍ଲାରୁ ୬୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୫୭ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୩୧୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୧୩୧୨ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୫୬୬୪୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୨୮୭୯୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.