Odisha Link
Bridging the Missing Links in Odisha

ସେପ୍ଟେମ୍ବରରେ ଆସିପାରେ କରୋନାର ତୃତୀୟ ଲହର: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ କରୋନାର ଦ୍ୱିତୀୟ ଲହର ସାମାନ୍ୟ କମିଥିବା ଦେଖିବାକୁ ମିଳିଛି। କଟକଣା ଲାଗୁ ହେବା ପରେ ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ମଧ୍ୟ ଏହାକୁ ହାଲୁକା ଭାବେ ଗ୍ରହଣ କରିବା ଅନୁଚିତ। ସେପ୍ଟେମ୍ବର ଓ ଅକ୍ଟୋବର ମାସ ବେଳକୁ ତୃତୀୟ ଲହର ଆସିପାରେ। ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ରହିଛି। ଛୁଆଙ୍କ ଚିକିତ୍ସା ଅନ୍ୟ ରୋଗୀଙ୍କ ଠାରୁ ଭିନ୍ନ ଥିବାରୁ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି।

କରୋନା ମହାମାରୀର ୨ୟ ଲହର ପ୍ରଭାବ ଓଡ଼ିଶା ସମେତ ସମଗ୍ର ଦେଶରୁ ଧୀରେ ଧରେ କମିବାରେ ଲାଗିଛି। ତେବେ ତୃତୀୟ ଲହର ପାଇଁ ଚିନ୍ତା ମାଡି ଆସିଲାଣି। ଏଥିନେଇ ପ୍ରସ୍ତୁତି ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ଫୋକସ କରିଛନ୍ତି।

ରାଜ୍ୟର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରୁ ଆରମ୍ଭ କରି ମେଡିକାଲ କଲେଜ ପର୍ଯ୍ୟନ୍ତ ୧୧୧୪ ଡାକ୍ତର ଓ ୧୦୩୬ ସ୍ୱାସ୍ଥ୍ୟକର୍ମୀଙ୍କୁ ଶିଶୁ କୋଭିଡ ରୋଗୀଙ୍କ ତାଲିମ ଆରମ୍ଭ କରାଯିବ ବୋଲି ସୂଚନା ମିଳିଛି। ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ସଂପର୍କରେ ବିଶେଷଜ୍ଞମାନେ ମତ ଦେଉଥିବାରୁ, ଏବେଠାରୁ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏହା ସହିତ ତୃତୀୟ ଲହରର ମୁକାବିଲା ପାଇଁ ୩୦୦୦ ବେଡ୍, ୨୩୯୦ ଆଇସୋଲେସନ୍ ବେଡ୍, ୬୧୦ଆଇସିୟୁ ବେଡ୍ ପ୍ରସ୍ତୁତ ରଖାଯାଇଥିବା ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ଏପରିକି ଗଞ୍ଜମ ଜିଲ୍ଲାରେ ଘର ଘର ବୁଲି ପିଲାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କାମ ଆଜିଠୁ ଆରମ୍ଭ ହୋଇଯାଇଛି।

ଏହାକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ୩ୟ ଲହର ପାଇଁ ପ୍ରସ୍ତୁତି ଆରମ୍ଭ କରିଛୁ। ଏବେଠୁ ଡାକ୍ତରଙ୍କୁ ଟ୍ରେନିଂ ଦେଉଛୁ। ଶିଶୁଙ୍କ ପାଇଁ ଜେନେରାଲ ଓ ଆଇସିୟୁ ବେଡ୍ ପ୍ରସ୍ତୁତ ରଖିଛୁ। ତେବେ ଦିଲ୍ଲୀ ଏମ୍ସ ନିର୍ଦ୍ଦେଶକ କହିଛନ୍ତି ଶିଶୁ ବିଶେଷ ପ୍ରଭାବିତ ହେବେ ନାହିଁ। ତେଣୁ ଏଥିପ୍ରତି ଭୟଭୀତ ନ ହେବାକୁ ସେ କହିଛନ୍ତି।

Leave A Reply

Your email address will not be published.