Odisha Link
Bridging the Missing Links in Odisha

ରାଜ୍ୟରେ ଆଜିଠୁ ୧୪ ତାରିଖ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ବର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଏହାର ପ୍ରଭାବରେ ଆଜିଠୁ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନାର ଆକଳନ କରାଯାଇଛି । ୧୯ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି। ଆଜି ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଥିବାରୁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରିଛି ଭାରତୀୟ ପାଣିପାଗ ବିଭାଗ।

ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ସକରାର। ବନ୍ୟା ପରିସ୍ଥିତି, ଭୂସ୍ଖଳନ ଭଳି ଆଶଙ୍କା ଥିବାରୁ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ଆଜି ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

୧୧ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେଉଁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା କରିଛି ଆଇଏମଡି।

ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଏହି ଜିଲ୍ଲାଗୁଡିକ ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନଗୁଳ, ଢେଙ୍କାନାଳ ଓ ସମ୍ବଲପୁର। ସେହି ୧୧ ତାରିଖରେ ୧୬ ଟି ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ। ବିଶେଷ କରି ଉତର ଓ ପଶ୍ଚିମ ଓଡ଼ିଶା ସହ ଆଭ୍ୟନ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ତେବେ ୧୨ ତାରିଖରେ ବର୍ଷା ଆହୁରି ବଢ଼ିବା ଆଶଙ୍କା ରହିଛି।

Leave A Reply

Your email address will not be published.