Odisha Link
Bridging the Missing Links in Odisha

ଓଡ଼ିଶା ​ଛୁଇଁଲା ମୌସୁମୀ

ଭୁବନେଶ୍ୱର: ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ସାରା ରାଜ୍ୟରେ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

IMDର ବରିଷ୍ଠ ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣି ସହିଛନ୍ତି, ଆଜି ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ଛୁଇଁଛି। ଦକ୍ଷିଣ ଓଡ଼ିଶା ଏବଂ ବଲାଙ୍ଗିରରେ ଭଲ ବର୍ଷା ହୋଇଛି। ଲଘୁଚାପ ଯୋଗୁ ଆଜି ଅନେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୧ ତାରିଖରେ ସବୁଠାରୁ ବେଶୀ ବର୍ଷା ହେବା ନେଇ ଆକଳନ କରାଯାଉଛି।

ଅନ୍ୟପକ୍ଷେ, ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଉତ୍ତର ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଆସନ୍ତାକାଲି ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠାରୁ ୧୪ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ।

ଭାରତୀୟ ପାଣିପାଗ ବିଭାଗର ସୂଚନାନୁସାରେ, ଦକ୍ଷିଣ-ପଶ୍ଚିମ ମୌସୁମୀ ଉତ୍ତର ଏବଂ ଦକ୍ଷିଣ ଭାରତରେ ସ୍ୱାଭାବିକ ରହିବା ସହିତ ମଧ୍ୟ ଭାରତରେ ସ୍ୱାଭାବିକଠାରୁ ଅଧିକ ଏବଂ ପୂର୍ବ ଓ ଉତ୍ତର ପୂର୍ବ ଭାରତରେ ସ୍ୱାଭାବିକ ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.