Odisha Link
Bridging the Missing Links in Odisha

କମୁନି ମୃତ୍ୟୁ ସଂଖ୍ୟା, ଦିନକରେ ଆଖି ବୁଜିଲେ ୪୩ ଆକ୍ରାନ୍ତ

ଭୁବନେଶ୍ବର: ସଫଳ ହେଉଛି କଟକଣା। ରାଜ୍ୟରେ ଧିରେ ଧିରେ କିମବାରେ ଲାଗିଛି କରୋନା ସଂକ୍ରମଣ। ଦିନକୁ ଦିନ ରାଜ୍ୟରେ ତଳମୁହାଁ ହେବାରେ ଲାଗିଛି କରୋନା ସଂକ୍ରମଣ। ଯାହା ରାଜ୍ୟବାସୀଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର। ହେଲେ ନିଦ ହଜାଉଛି ଦୈନନ୍ଦିନ ମୃତ୍ୟୁ ସଂଖ୍ୟା। ଦିନକୁ ଦିନ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିିଛି। ଏସବୁ ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୩୫ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪୩ ଜଣଙ୍କ ପରଲୋକ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୨୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ଅନୁଗୁଳ, ବରଗଡ, କଟକ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ବୌଦ୍ଧ ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବାଲେଶ୍ଵର, ଗଞ୍ଜାମ, ଝାରସୁଗୁଡା, କେନ୍ଦ୍ରାପଡା, ପୁରୀ ଓ ରାୟଗଡାରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼, ଓ ସମ୍ଵଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮,୪୨,୪୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୬,୨୨୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭,୭୨,୯୭୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ରାଜ୍ୟରେ ୩୨୧୦ ଜଣଙ୍କ ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ କାରଣରୁ ହୋଇଛି।

Leave A Reply

Your email address will not be published.