Odisha Link
Bridging the Missing Links in Odisha

କରୋନା: ଦିନକରେ ୫୨୩୫ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ସଫଳ ହେଉଛି କଟକଣା। ରାଜ୍ୟରେ କମୁଛି ସଂକ୍ରମଣ। ଦିନକୁ ଦିନ ରାଜ୍ୟରେ ତଳମୁହାଁ ହେବାରେ ଲାଗିଛି କରୋନା ସଂକ୍ରମଣ। ଯାହା ରାଜ୍ୟବାସୀଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର। ଦୈନନ୍ଦିନ ସଂକ୍ରମିତଙ୍କ ସଂଖ୍ୟା କମିବା ସହ ଲୋକାଲ କେସ୍‌ ମଧ୍ୟ କମିବାରେ ଲାଗିଛି। ଏସବୁ ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୩୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୪୨,୪୬୧ରେ ପହଁଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରାଣ୍ଟିନ୍‌ ସେଣ୍ଟରରୁ ୨୯୫୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୨୭୮ ଜଣ ସ୍ଥାନୀୟ ବାସିନ୍ଦା ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୭୭ଜଣ, ବାଲେଶ୍ୱର ଜିଲ୍ଲାରୁ ୩୨୦ଜଣ, ବରଗଡ଼ ଜିଲ୍ଲାରୁ ୧୧୮ଜଣ, ଭଦ୍ରକ ଜିଲ୍ଲାରୁ ୨୧୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୧ଜଣ, ବୌଦ୍ଧ ଜିଲ୍ଲାରୁ ୮୩ଜଣ, କଟକ ଜିଲ୍ଲାରୁ ୫୫୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୩୭ଜଣ, ଗଜପତି ଜିଲ୍ଲାରୁ ୨୩ଜଣ, ଗଞ୍ଜାମ ଜିଲ୍ଲାରୁ ୭୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪୮ଜଣ, ଯାଜପୁର ଜିଲ୍ଲାରୁ ୩୯୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୭ଜଣ, କଳାହାଣ୍ଡି ଜିଲ୍ଲାରୁ ୪୮ଜଣ, କନ୍ଧମାଳ ଜିଲ୍ଲାରୁ ୩୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୩୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୧୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୨୬ଜଣ ଚିହ୍ନଟ ହୋିଛନ୍ତି।

ସେହିପରି କୋରାପୁଟ ଜିଲ୍ଲାରୁ ୧୨୭ଜଣ, ମାଲକାନଗିରି ଜିଲ୍ଲାରୁ ୫୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୮୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୮୬ଜଣ, ନୟାଗଡ଼ ଜିଲ୍ଲାରୁ ୧୩୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ପୁରୀ ଜିଲ୍ଲାରୁ ୨୩୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୨୯ଜଣ, ସମ୍ବଲପୁର ଜିଲ୍ଲାରୁ ୬୬ଜଣ, ସୋନପୁର ଜିଲ୍ଲାରୁ ୩୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୫୧ଜଣ , ଷ୍ଟେଟ୍‌ ପୁଲ୍‌ରୁ ୧୨୪ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮,୪୨,୪୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୬,୨୨୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭,୭୨,୯୭୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.