Odisha Link
Bridging the Missing Links in Odisha

ପ୍ରବଳ ବର୍ଷିବ, ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ପ୍ରବଳ ବର୍ଷା ଆଶଙ୍କା ଲଘୁଚାପଜନିତ ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଏହି ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯିବା ସହ ଆଗୁଆ ପ୍ରସ୍ତୁତି ପାଇଁ ମଧ୍ୟ କୁହାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ, ବରଗଡ଼, ଅନୁଗୁଳ।

ଅନ୍ୟପଟେ ଆଜି ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେଗୁଡ଼ିକ ହେଲା ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବଲାଙ୍ଗିର, ସୋନପୁର ଓ ବୌଦ୍ଧ।

ସୂଚନାଯୋଗ୍ୟ, ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ରାଜ୍ୟରେ ଆସିବାକୁ ଯାଉଛି ବଡ଼ ବର୍ଷା । ଏହାରି ପ୍ରଭାବରେ ଆଜିଠାରୁ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ।

ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତସିଂପୁରରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆଜି ଏବଂ ଆସନ୍ତାକାଲି କେନ୍ଦ୍ରାପଡ଼ା, ଜଗତସିଂପୁର, କଟକ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ବରଗଡ଼, ବଲାଙ୍ଗିର, ସୁବର୍ଣ୍ଣପୁର ଆଦି ଜିଲ୍ଲାର ଏକାଧିକ ସ୍ଥାନରେ ଭୀଷଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Leave A Reply

Your email address will not be published.