Odisha Link
Bridging the Missing Links in Odisha

ସାମ୍ୱାଦିକଙ୍କ ସ୍ୱାସ୍ଥ୍ୟ ବୀମା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର: ରାଜ୍ୟର କାର୍ଯ୍ୟରତ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଆବେଦନ ଅବଧି ବୃଦ୍ଧି। ଜୁନ ୨୬ ତାରିଖ ପର୍ଯ୍ୟନ୍ତ ବଢ଼ିଲା ଆବେଦନ କରିବାର ସମୟ। କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟବୀମା ଯୋଜନା ୨୦୧୬। ଏହି ଯୋଜନାରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଳୁଛି ଚିକିତ୍ସା ସୁବିଧା। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ।

ସ୍ୱାସ୍ଥ୍ୟ ବୀମା ଯୋଜନାରେ କର୍ମଜୀବୀ ସାମ୍ୱାଦିକଙ୍କ ସମେତ ତାଙ୍କ ପରିବାରର ୫ ଜଣ ସଦସ୍ୟ ଏହି ସ୍ୱାସ୍ଥ୍ୟ ବୀମା ଯୋଜନାରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇପାରିବେ। ସ୍ୱାସ୍ଥ୍ୟ ବୀମା କାର୍ଡ଼ ଗୁଡ଼ିକ ସମ୍ପୃକ୍ତ ସାମ୍ୱାଦିକମାନଙ୍କୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ ଜରିଆରେ ବଣ୍ଟନ କରାଯିବ। ହିତାଧିକାରୀମାନେ ସେମାନଙ୍କ ସ୍ୱାସ୍ଥ୍ୟ ବୀମା ଆଇଡିଣ୍ଟିଫିକେସନ୍‌ ନମ୍ୱର ବ୍ୟବହାର କରି ଏହି ସୁବିଧା ପାଇପାରିବେ।

Leave A Reply

Your email address will not be published.