Odisha Link
Bridging the Missing Links in Odisha

ଭୁବନେଶ୍ବରରୁ ୪୩୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ହାର କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୪୩୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୮୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୩୫୪ ଜଣ।

ତେବେ ବର୍ତ୍ତମାନ ସୁଦ୍ଧା ଭୁବନେଶ୍ବରରେ ମୋଟ ୭୮,୧୨୩ ଜଣ ସୁସ୍ଥ ହୋଇଛନ୍ତି। ୩୭୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ହଜାର ୮୮ ଆକ୍ଟିଭ୍ କେସ୍ ରହିଛି। ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୮୮୧ ଜଣ ସୁସ୍ଥ ହୋଇ ଫେରିଛନ୍ତି।