Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ଦିନକରେ ଚାଲିଗଲା ୪୭ ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଥିବା ବେଳେ ନିଦ ହଜାଉଛି ମୃତ୍ୟୁ ସଂଖ୍ୟା। ଦୈନନ୍ଦିନ ପଜିଟିଭ ସଂଖ୍ୟା କମିବାରେ ଲାଗିଛି। ଅନ୍ୟପଟେ ହୁ ହୁ ହୋଇ ଦିନକୁ ଦିନ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଯାହାକୁ ନେଇ ଚିନ୍ତାରେ ରାଜ୍ୟବାସୀ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୫୨ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪୭ ଜଣଙ୍କର ମୃତ୍ୟୁ ହୋଇଛି। ରାଜ୍ୟରେ ପ୍ରଥମ ଥର ପାଇଁ ଦିନକରେ ଏତେ ସଂଖ୍ୟକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୨୫୭ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ସଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ରାଜ୍ୟରେ ମୃତ୍ୟୁ ବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି କଟକରୁ ୫ ଜଣଙ୍କର ମୃତ୍ୟୁ ହୋଇଛି। ଅନୁଗୁଳ, ବରଗଡ଼ରୁ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ବର, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଗଞ୍ଜାମ ଓ ନୟାଗଡ଼ରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀରୁ ୨ ଜଣ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି। ଏଥିସହିତ ସୁନ୍ଦରଗଡ଼, ରାୟଗଡ଼ା, ଯାଜପୁର, ବଲାଙ୍ଗୀରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮,୪୭,୩୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୨,୫୧୫ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭,୮୧,୪୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ୩୨୫୭ଙ୍କ ଜୀବନ ଯାଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

Leave A Reply

Your email address will not be published.