Odisha Link
Bridging the Missing Links in Odisha

ଜେଲରୁ ମୁକୁଳିଲେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ଝାରପଡ଼ା ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଷଷ୍ଠ ମାମଲାରେ ଜାମିନ ପାଇବା ପରେ ଆଜି ଜେଲରୁ ବାହାରିଲେ ପ୍ରଦୀପ। ଶୁକ୍ରବାର ଷଷ୍ଠ ମାମଲାରେ ହାଇକୋର୍ଟ ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ। ୨ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ହାଇକୋର୍ଟ ପ୍ରଦୀପଙ୍କୁ ଜାମିନ ପ୍ରଦାନ କରିଥିଲେ।

ଏଥିସହ ନିମ୍ନ କୋର୍ଟରେ ୨ ଲକ୍ଷ ଟଙ୍କା ଜମା କରିବାକୁ ହାଇକୋର୍ଟଙ୍କ ତାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଗଣମାଧ୍ୟମରେ କୌଣସି ବିବୃତ୍ତି ନଦେବାକୁ ତଥା ସାକ୍ଷୀମାନଙ୍କୁ ଧମକଚମକ ନଦେବାକୁ ସର୍ତ୍ତ ରଖିଥିଲେ କୋର୍ଟ।

ସୂଚନାଯୋଗ୍ୟ, ଡିସେମ୍ବର ୩ ତାରିଖରେ ପ୍ରଦୀପଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ। ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ମୋଟ୍ ୬ଟି ମାମଲା ଥିଲା। ପୂର୍ବରୁ ୫ଟି ମାମଲାରେ ତାଙ୍କୁ ଜାମିନ ମିଳିଥିଲା। ଗତକାଲି ଷଷ୍ଠ ମାମଲାରେ ତାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଥିଲେ।

Leave A Reply

Your email address will not be published.