Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ଦିନକରେ ଚାଲିଗଲା ୪୫ ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଥିବା ବେଳେ ନିଦ ହଜାଉଛି ମୃତ୍ୟୁ ସଂଖ୍ୟା। ଦୈନନ୍ଦିନ ପଜିଟିଭ ସଂଖ୍ୟା କମିବାରେ ଲାଗିଛି। ଅନ୍ୟପଟେ ହୁ ହୁ ହୋଇ ଦିନକୁ ଦିନ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଯାହାକୁ ନେଇ ଚିନ୍ତାରେ ରାଜ୍ୟବାସୀ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୬୯ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪୫ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୨୫୭ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ସଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, କଟକରୁ ୪ ଜଣ ରହିଥିବା ବେଳେ ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ଵର, ବରଗଡ, ଯାଜପୁର, କେନ୍ଦ୍ରାପଡା, କେଉଁଝର ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଗଜପତି, ଝାରସୁଗୁଡା, କଳାହାଣ୍ଡି, ନୟାଗଡ଼ ଓ ନୂଆପଡାରୁ ଜଣେ ଲେଖାଏଁ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮,୫୧,୭୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯,୩୬୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭,୮୯,୦୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ୩୩୦୨ଙ୍କ ଜୀବନ ଯାଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି।

Leave A Reply

Your email address will not be published.