Odisha Link
Bridging the Missing Links in Odisha

ନକଲି ଔଷଧ କାରବାରର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ନକଲି ଔଷଧ କାରବାରର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଆଜି ନକଲି ଔଷଧ କାରବାର ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟରେ ଗତ କିଛି ଦିନ ତଳେ କଟକରୁ ବିପୁଳ ପରିମାଣର ନକଲି ଔଷଧ ଠାବ୍ ହୋଇଥିଲା। ୧୭ ହଜାର ଫାଭିଫିରାଭିର ଟାବଲେଟ୍ ଜବତ ହୋଇଥିଲା।

ଏଥିସହ ଆଉ ୯ ପ୍ରକାରର ନକଲି ଔଷଧ ରାଉରକେଲା, ଝାରସୁଗୁଡା ଓ ବଲାଙ୍ଗିରରୁ ଠାବ କରାଯାଇଥିଲା।ଏହାପରେ ଏହି ଘଟଣାର ତଦନ୍ତ ନେଇ ନିର୍ଦ୍ଦେଶ ଦେଇଥିଲା ସ୍ୱାସ୍ଥ୍ୟ ବିଭାଗ। ଔଷଧ ନିଗମ ଓ ପୋଲିସର ମିଳିତ ଭାବେ ଏହି ଘଟଣାର ତଦନ୍ତ କରି ରିପୋର୍ଟ ଦେବାକୁ କହିଥିଲା ସ୍ୱାସ୍ଥ୍ୟ ବିଭାଗ। ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘଟଣାକୁ ଗମ୍ଭୀରତାର ସହ ନେବା ସହିତ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.