Odisha Link
Bridging the Missing Links in Odisha

୪ ଜିଲ୍ଲାରେ ପ୍ରବଳ ବର୍ଷିବ, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ୪ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼ ଓ ସମ୍ବଲପୁର ଜିଲ୍ଲାଗୁଡ଼ିକରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ବରଗଡ଼, ଝାରସୁଗୁଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, କଳାହାଣ୍ଡି,କନ୍ଧମାଳ, କୋରାପୁଟ, ମାଲକାନଗିରି, ଢ଼େଙ୍କାନାଳ, କଟକ, ଜଗତସିଂହପୁର, ପୁରୀ ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉକ୍ତ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ଜୁନ ୧୫ରୁ ୧୬ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୁବର୍ଣ୍ଣପୁର, ଅନୁଗୁଳ ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ୧୬ରୁ ୧୭ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.