Odisha Link
Bridging the Missing Links in Odisha

କରୋନା ପାଇଁ ଓଜେଇଇ ପରୀକ୍ଷା ସ୍ଥଗିତ

ଆବେଦନର ସମୟ ସୀମା ବଢ଼ିଲା

ଭୁବନେଶ୍ୱର: କରୋନା ମହାମାରୀକୁ ଦୃଷ୍ଟିରେ ରଖି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)କୁ ସ୍ଥଗିତ କରି ଦିଆଯାଇଛି। ଆସନ୍ତା ୧୭ ତାରିଖରେ ଏହି ପରୀକ୍ଷା ଆରମ୍ଭ ହୋଇ ୨୪ ତାରିଖରେ ଶେଷ ହେବାର ଥିଲା। ମାତ୍ର ବର୍ତ୍ତମାନ ପରିପ୍ରେକ୍ଷୀରେ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିବା ସହ ପରବର୍ତ୍ତୀ ସମୟରେ ଆୟୋଜନ କରାଯିବ।

ପରୀକ୍ଷା ପୂର୍ବରୁ ବିଜ୍ଞପ୍ତି ପ୍ରକାଶ ପାଇବ। ପରିସ୍ଥିତି ଦେଖି ଆସନ୍ତା ଜୁଲାଇ ମାସ ପ୍ରଥମ ସପ୍ତାହରେ ପରୀକ୍ଷା କେବେ କରାଯିବ। ପରୀକ୍ଷା ପୂର୍ବରୁ ବିଜ୍ଞପ୍ତି ପ୍ରକାଶ ପାଇବ।

ଅନ୍ୟପଟେ ଓଜେଇଇ ପରୀକ୍ଷା ପାଇଁ ଅନ୍‌ଲାଇନ୍ ଆବେଦନର ସମୟ ସୀମାକୁ ବଢ଼ାଇ ଦିଆଯାଇଛି। ଫଳରେ ଯେଉଁ ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସାମିଲ ହେବା ପାଇଁ ଏଯାଏଁ ଆବେଦନ କରି ନଥିଲେ, ସେମାନେ ଆବେଦନ କରିପାରିବେ। ଛାତ୍ରଛାତ୍ରୀମାନେ ୨୦୨୧ ଜୁଲାଇ ୧୨ ସୁଦ୍ଧା ଆବେଦନ କରିପାରିବେ। ଏଥି ପାଇଁ ସେମାନେ ୨୦୨୧ ଜୁଲାଇ ୧୪ ମଧ୍ୟରେ ଫି’ ଦାଖଲ କରିପାରିବେ।

Leave A Reply

Your email address will not be published.