Odisha Link
Bridging the Missing Links in Odisha

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ଦିନକରେ ୩୫୩୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୩୫୩୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୧୬ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୫୧୯ଜଣ ଲୋକାଲ୍‌ କେସ୍‌ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯୬ଜଣ, ବରଗଡ଼ ଜିଲ୍ଲାରୁ ୮୬ଜଣ, ଭଦ୍ରକ ଜିଲ୍ଲାରୁ ୧୮୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ ଜିଲ୍ଲାରୁ ୫୨ଜଣ, କଟକ ଜିଲ୍ଲାରୁ ୩୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୨୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୬ଜଣ, ଗଜପତି ଜିଲ୍ଲାରୁ ୨୭ଜଣ, ଗଞ୍ଜାମ ଜିଲ୍ଲାରୁ ୨୬ଜଣ, ଜଗତସିଂହପୁର ଜିଲ୍ଲାରୁ ୯୦ଜଣ, ଯାଜପୁର ଜିଲ୍ଲାରୁ ୩୪୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩୫ଜଣ, କନ୍ଧମାଳ ଜିଲ୍ଲାରୁ ୫୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୪ଜଣ, କେନ୍ଦୁଝର ଜିଲ୍ଲାରୁ ୯୨ଜଣ ରହିଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ୫୩୩ଜଣ, କୋରାପୁଟ ଜିଲ୍ଲାରୁ ୫୬ଜଣ, ମାଲକାନଗିରି ଜିଲ୍ଲାରୁ ୬୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୮୫ଜଣ, ନୟାଗଡ଼ ଜିଲ୍ଲାରୁ ୯୫ଜଣ, ନୂଆପଡ଼ା ଜିଲ୍ଲାରୁ ୧୫ଜଣ, ପୁରୀ ଜିଲ୍ଲାରୁ ୧୮୭ଜଣ, ରାୟଗଡ଼ା ଜିଲ୍ଲାରୁ ୭୩ଜଣ, ସମ୍ବଲପୁର ଜିଲ୍ଲାରୁ ୩୯ଜଣ, ସୋନପୁର ଜିଲ୍ଲାରୁ ୩୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣ, ଷ୍ଟେଟ ପୁଲ୍‌ରୁ ୮୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୬୩୦୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୪୭୭୯୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୧୧୭୮୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୨୮୩୬୪୩୪ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.