Odisha Link
Bridging the Missing Links in Odisha

ରାଜ୍ୟରେ ଥମୁନି ମୃତ୍ୟୁସଂଖ୍ୟା, ୨୪ ଘଣ୍ଟାରେ ୪୪ ମୃତ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି। ମାତ୍ର କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ଥମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୩୫୩୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୪୩୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ ପୁରୀ, କଳାହାଣ୍ଡି ଓ ଗଞ୍ଜାମରୁ ୪ ଜଣ ଲେଖାଏଁ ରହିଛନ୍ତି। ସେହିପରି କଟକ, ଜଗତସିଂହପୁର, ଝାରସୁଗୁଡା, ରାୟଗଡା ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ ରହିଥିବା ବେଳେ ବରଗଡ, ବୌଦ୍ଧ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ରହିଛନ୍ତି। ସମ୍ବଲପୁର, ନୂଆପଡା, କେନ୍ଦୁଝର, କନ୍ଧମାଳ, ଗଜପତି ଓ ଢେଙ୍କାନାଳରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୬୩୦୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୪୭୭୯୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୧୧୭୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ୩୪୩୨ଙ୍କ ଜୀବନ ଯାଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି।

Leave A Reply

Your email address will not be published.