Odisha Link
Bridging the Missing Links in Odisha

ବର୍ଷା ଆଶଙ୍କା,୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ। ଆସନ୍ତା ୩/୪ ଦିନ ଯାଏଁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଟିକେ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆସନ୍ତା ୨୪ ଘଣ୍ଟା ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏପଟେ ରାଜଧାନୀ ଭୁବନେଶ୍ୱରରେ ଆଜି ପାଗ ମେଘୁଆ ରହିଛି। କେତେକ ସ୍ଥାନରେ ସକାଳୁ ଝିପଝିପ୍ ବର୍ଷା ହୋଇଛି।

ସେହିଭଳି ୧୭ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ ଅନୁଗୁଳ ଆଦି ଜିଲ୍ଲାରେ ବର୍ଷା ହେବ। ୧୮ ତାରିଖରୁ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଆଦି ଜିଲ୍ଲାରେ ବର୍ଷା ଓ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।