ରାଜ୍ୟରେ ୨୪ଘଣ୍ଟାରେ ୩୯ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ହାର ଧିରେ ଧିରେ କମୁଥିବା ବେଳେ ମୃତ୍ୟୁହାର ଥମିବାର ନା ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ୩୬୩୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁସଂଖ୍ୟା ୩୪୭୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ଜଣ ରହିଥିବା ବେଳେ କଟକ, ଝାରସୁଗୁଡା. ପୁରୀ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ, ଜଗତସିଂପୁର, କଳାହାଣ୍ଡିରୁ ୩ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ସୋନପୁରରୁ ୨ ଲେଖାଏଁ ରହିଛନ୍ତି । ବରଗଡ, ଢେଙ୍କାନାଳ, ନବରଙ୍ଗପୁର, ନୂଆପଡାରୁ ଜଣେ ଲେଖାଏଁ ରହିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୫୮୦୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୧୭୩୫୯ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ୩୪୭୧ଙ୍କ ଜୀବନ ଯାଇଥିବା ବେଳେ ୫୩ଜଣଙ୍କର ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୧୨୮୯୯୮୫୫ ସାମ୍ପୁଲ ଟେଷ୍ଟ୍ ହୋଇଛି।