Odisha Link
Bridging the Missing Links in Odisha

ପୁରୀରେ ହେବ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର, ସର୍ଭେ ଆରମ୍ଭ

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ପ୍ରତିଷ୍ଠା ହେବ ଅନ୍ତର୍ଜାତୀୟ ବିମାନବନ୍ଦର। ସେଥିପାଇଁ ଆଜି ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆର ଏକ ସ୍ୱତନ୍ତ୍ର ଟିମ୍‌ ଶ୍ରୀକ୍ଷେତ୍ର ଯାଇଛି। ଏହି ଟିମ୍‌ ପୁରୀ-ବ୍ରହ୍ମଗିରି ରାସ୍ତାର ଗିରଳ ଓ ପୁରୀ କୋଣାର୍କ ମରାଇନ୍‌ ଡ୍ରାଇଭ ରାସ୍ତାରେ ଦୁଇଟି ସ୍ଥାନ ବୁଲି ଦେଖିଛନ୍ତି।

ପୁରୀରେ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ ପୂର୍ବରୁ ଘୋଷଣା ହୋଇଥିଲା। ଏହାପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜମି ଚିହ୍ନଟ ପ୍ରକ୍ରିୟା ଚାଲିଥିଲା। ଆଜି ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆର ଟିମ୍‌ ଜମି ଦେଖିବା ପରେ ପରବର୍ତ୍ତୀ ରୂପରେଖ ପ୍ରସ୍ତୁତ ହେବ ବୋଲି ଜଣାପଡ଼ିଛି। ଏହି ସମୟରେ ପୁରୀ ଜିଲ୍ଲାପାଳ, ଉପଜିଲ୍ଲାପାଳ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ।