Odisha Link
Bridging the Missing Links in Odisha

ବର୍ଷା ଆଶଙ୍କା, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର କାଳବୈଶାଖୀ ନେଇ ଗୁରୁବାର ଦିନ ପାଣିପାଗ ବିଭାଗ ଜାରି କରିଛି ୟେଲୋ ୱାର୍ଣ୍ଣିଂ। ପାଣିପାଗ ବିଭାଗ ପକ୍ଷରୁ ୧୧ ଜିଲ୍ଲା ଲାଗି ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, ମାଲକାନଗିରି, ନୂଆପଡ଼ା, କନ୍ଧମାଳ, ଗଞ୍ଜାମ ଓ ବଲାଙ୍ଗୀର ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

ଆଗାମୀ ୩ ଘଣ୍ଟା ମଧ୍ୟରେ ଏହି ୧୧ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ରହିଛି। ତେବେ ପାଣିପାଗକୁ ଦୃଷ୍ଟିରେ ରଖି ସୁରକ୍ଷିତ ସ୍ଥାନରେ ରହିବା ପାଇଁ ଜନସାଧାରଣଙ୍କୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ କହିଛନ୍ତି, ଜୁନ୍‌ ୧୮ ଓ ୧୯ରେ ଝାଡ଼ଖଣ୍ଡ ଓ ଛତିଶଗଡ଼ ସୀମାନ୍ତ ଜିଲ୍ଲାଗୁଡ଼ିକରେ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାରେ ବିଶେଷ ବର୍ଷା ନାହିଁ। ନିମ୍ନ ବାୟୁମଣ୍ଡଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପଞ୍ଜାବ ଠାରୁ ବାଂଲାଦେଶ ପର୍ଯ୍ୟନ୍ତ ଲମ୍ବିଛି। ତେଣୁ ୧୮ ଓ ୧୯ରେ ଏହାର ପୂର୍ବ ଭାଗ ଭିତରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ, ଯାହାକି ୧୮ରେ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଏବଂ ୧୯ରେ ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ରହିବ।

୧୮ ଓ ୧୯ରେ ମୟୂରଭଞ୍ଜ, କେନ୍ଦୁଝର, ଅବିଭକ୍ତ ବଲାଙ୍ଗୀର, ଅବିଭକ୍ତ ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା(୬୫ ମିମିରୁ ଅଧିକ) ହୋଇପାରେ। ୧୯ରେ ଅବିଭକ୍ତ କଳାହାଣ୍ଡି, କୋରାପୁଟ, ଗଞ୍ଜାମରେ ମଧ୍ୟମ ଧରଣର ଏବଂ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୦ ତାରିଖରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନ ଏବଂ ୨୧ରେ ସମଗ୍ର ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହିବ।

Leave A Reply

Your email address will not be published.