Odisha Link
Bridging the Missing Links in Odisha

କଣ୍ଠଶିଳ୍ପୀ ତପୁ ମିଶ୍ର ଗୁରୁତର, ଆଇସିୟୁରେ ଚାଲିଛି ଚିକିତ୍ସା

ଭୁବନେଶ୍ୱର: ଓଲିଉଡ କଣ୍ଠଶିଳ୍ପୀ ତପୁ ମିଶ୍ର ଗୁରୁତର। କରୋନାରେ ଆକ୍ରାନ୍ତ ହୋଇ ସେ ଗତ କିଛିଦିନ ହେବ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ଅକ୍ସିଜେନ୍‌ ଲେବୁଲ୍‌ କମି ଯାଇଥିବା ବେଳେ ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଆଇସିୟୁରେ ରଖାଯାଇ ଚିକିତ୍ସା ଜାରି ରହିଥିବା ନେଇ ତପୁଙ୍କ ନିକଟ ସମ୍ପର୍କୀୟ ସୂଚନା ଦେଇଛନ୍ତି।

ସୂଚନା ଯୋଗ୍ୟ, ସେ ଗତ ୨୬ ଦିନ ତପୁ ମିଶ୍ର କରୋନାରେ ଆକ୍ରାନ୍ତ ହୋଇ ହେଲା ଚିକିତ୍ସିତ ହେଉଛନ୍ତି। ପ୍ରଥମେ ଗୋଟିଏ ହସ୍ପିଟାଲ୍‌ରେ ୬ଦିନ ଚିକିତ୍ସା ପରେ ଆଉ ଏକ ହସ୍ପିଟାଲ୍‌କୁ ଚିକିତ୍ସା ପାଇଁ ସ୍ଥାନାନ୍ତର ହୋଇଥିଲେ। କଳାକାରମାନେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।