Odisha Link
Bridging the Missing Links in Odisha

ନୟାଗଡ଼ ଡାକ୍ତରଖାନାରେ ICU ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ନୟାଗଡ଼: ଜନ ସାଧାରଣଙ୍କ ସେବା ନିମନ୍ତେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୬ ଶଯ୍ୟା ବିଶିଷ୍ଟ ଆଇ.ସି.ୟୁ ବ୍ୟବସ୍ଥାର ଶୁଭ ଉଦଘାଟନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନ ୫.୩୦ ସମୟରେ ଉଦଘାଟନ କରିଛନ୍ତି। ଏଥିସହିତ ଚାନ୍ଦପୁର ବସନ୍ତ ମଞ୍ଜରୀ ଡାକ୍ତରଖାନାରେ ଚାପ ଅବଶୋଷଣ ପ୍ରଣାଳୀରେ ମେଡିକାଲ ଅକ୍ସିଜେନ ଉତ୍ପାଦନ ଏବଂ ବଣ୍ଟନ ବ୍ୟବସ୍ଥାର ଭିତ୍ତି ରଖାଯାଇଛି।

ଆଜି ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବା ସହ ଶିଳାନ୍ୟାସ କରିଛନ୍ତି। ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ.ଅରୁଣ କୁମାର ସାହୁ ଉପସ୍ଥିତ ରହିଥିଲେ। ଏଥି ସହିତ ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ ମଧ୍ୟ ଯୋଗଦେଇଥିଲେ। ଏହି ଅବସରରେ ଜିଲ୍ଲାପାଳ ଡ.ପୋମା ଟୁଡୁ ନୟାଗଡ଼ର ମୁଖ୍ୟ ଡାକ୍ତରଖାନାରେ ପହଞ୍ଚି ସ୍ଥିତି ପରଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଯେପରି ସୁଚାରୁ ରୂପେ ହୋଇପାରିବ ସେଥିପ୍ରତି ଧ୍ୟାନ ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.