Odisha Link
Bridging the Missing Links in Odisha

ପ୍ରବଳ ବର୍ଷା ଆଶଙ୍କା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା। ଏହାରି ମଧ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ ରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷରା ସମ୍ଭାବନା ଥିବା କଥା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ବରଗଡ଼ ଓ ବାଲେଶ୍ବର ଆଦି ରହିଛି। ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଉକ୍ତ ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବା ସହ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ତେବେ ଆଗାମୀ ଦୁଇଦିନ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଏହାପରେ ପୁଣି ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୩ ତାରିଖ ପରେ ପାଗମୁଖ୍ୟତଃ ଶୁଖିଲା ରହିବ।

Leave A Reply

Your email address will not be published.