Odisha Link
Bridging the Missing Links in Odisha

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ବିନା ଭକ୍ତରେ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ କୋଭିଡ କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା, ରଥାଯାତ୍ରା ଓ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହେବ।

ପୁରୀ: ଜୁଲାଇ ୧୨ ତାରିଖରେ ଅନୁଷ୍ଠିତ ହେବ ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା। ଏଥିପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ରବିବାର ଦିନ ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଣ୍ଟ ହୋଇଛି। ବୈଠକରେ ସ୍ନାନ ପୂର୍ଣ୍ଣିମାଠାରୁ ଆରମ୍ଭ କରି ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ବିନା ଭକ୍ତରେ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ କୋଭିଡ କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା, ରଥାଯାତ୍ରା ଓ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହେବ।

ସ୍ନାନ ପୂର୍ଣ୍ଣିମା: ସ୍ନାନଯାତ୍ରା ପାଇଁ ରାତି ୧ରେ ମଙ୍ଗଳାର୍ପଣ ହେବ। ଏହାପରେ ୪ଟା ପର୍ଯ୍ୟନ୍ତ ପହଣ୍ଡି ହେବ। ସ୍ନାନ ପୂର୍ଣ୍ଣିମା ଦିନ ହାତୀ ବେଶ ଦିନ ୧୧ଟାରୁ ୧୨ ଭିତରେ ସମ୍ପନ୍ନ କରିବାକୁ ନିଷ୍ପତ୍ତି ନିଆଯାଇଛି। ସେହିପରି ସ୍ନାନ ପୂର୍ଣ୍ଣିମାରେ ସନ୍ଧ୍ୟା ୫ଟାରୁ ୮ଟା ଭିତରେ ବାହୁଡ଼ା ପହଣ୍ଡି ହେବ।

ରଥଯାତ୍ରା: ଜୁଲାଇ ୧୨ ତାରିଖରେ ଅନୁଷ୍ଠିତ ହେବ ଶ୍ରୀ ଗୁଣ୍ଡିଚା ଯାତ। ରଥଯାତ୍ରା ଦିନ ସକାଳ ସାଢ଼େ ୮ଟାରୁ ପହଣ୍ଡି ଆରମ୍ଭ ହେବ। ସେହିପରି ଛେରା ପହଁରା ନୀତି ଅପରାହ୍ନ ୨ଟାରେ ଅନୁଷ୍ଠିତ ହେବ। ଏହାପରେ ଅପରାହ୍ନ ୩ଟାରୁ ରଥଟଣା କାର୍ଯ୍ୟକ୍ରମ ଆରମ୍ଭ ହେବ।

ବାହୁଡ଼ା ଯାତ୍ରା:
ବାହୁଡ଼ା ଦିନ ମଧ୍ୟାହ୍ନ ୧୨ଟାରୁ ୨ଟା ୩୦ ପର୍ଯ୍ୟନ୍ତ ପହଣ୍ଡି ହେବ ଏବଂ ଅପରାହ୍ଣ ୪ଟାରୁ ରଥ ଟଣା ହେବା ନେଇ ପ୍ରଶାସନ ନିଷ୍ପତ୍ତି ନେଇଛି।

ସୁନାବେଶ ଓ ନୀଳାଦ୍ରିବିଜେ:
ସୁନାବେଶ ପାଇଁ ମଧ୍ୟ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି। ଅପରାହ୍ଣ ୪ଟାରୁ ୫.୩୦ ଯାଏ ସୁନା ବେଶ ହେବ। ରାତି ୮ଟା ସୁଦ୍ଧା ଅଧରପଣା ନୀତି ଶେଷ ହେବ। ନୀଳାଦ୍ରିବିଜେ ପହଣ୍ଡି ଅପରାହ୍ନ ୪ଟାରୁ ଆରମ୍ଭ ହୋଇ ରାତି ୧୦ରେ ଶେଷ କରିବାକୁ ନିଷ୍ପତ୍ତି ନିଆଯାଇଛି।

Leave A Reply

Your email address will not be published.