Odisha Link
Bridging the Missing Links in Odisha

ଆଜି ୠକ୍ମିଣୀ ହରଣ ଏକାଦଶୀ, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବିବାହ ମହୋତ୍ସବ। ମା’ଲକ୍ଷ୍ମୀ ଠାକୁରାଣୀ ସାଜିବେ ଦେବୀ ଋକ୍ମିଣୀ। ଶ୍ରୀମଦନମୋହନ ସାଜିବେ ଶ୍ରୀକୃଷ୍ଣ। ଜ୍ୟେଷ୍ଠମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ୠକ୍ମିଣୀ ହରଣ ଏକାଦଶୀ। ଏହି ଅବସରରେ ଠାକୁର-ଠାକୁରାଣୀଙ୍କ ଦେବ ବିବାହ ନୀତି ସମ୍ପନ୍ନ ହେବ।

ଶିଶୁପାଳ ରୁକ୍ମିଣୀଙ୍କୁ ବିବାହ କରିବାକୁ ଚାହୁଁଥିବା ଜାଣିପାରି ତାଙ୍କୁ ବାଟରୁ ହରଣ କରିନେବାକୁ ଦେବୀ ଗୁପ୍ତରେ ଶ୍ରୀକୃଷ୍ଣଙ୍କୁ ଚିଠି ଲେଖି ଜଣାଇଥିଲେ। ଯୋଜନା ମୁତାବକ ବିମଳାଙ୍କ ମନ୍ଦିରରେ ପୂଜା ସାରି ଫେରିବା ବାଟରେ ରୁକ୍ମିଣୀରୂପୀ ମା’ଲକ୍ଷ୍ମୀ ଠାକୁରାଣୀଙ୍କୁ ଶ୍ରୀକୃଷ୍ଣରୂପୀ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ହରଣ କରିନେବେ।

ବାଟରେ ଶିଶୁପାଳ ପ୍ରତିରୋଧ କରିବେ। ଘମାଘୋଟ ଲଢ଼େଇ ପରେ ଶିଶୁପାଳ ପରାସ୍ତ ହୋଇ ବନ୍ଦୀ ହେବେ। ସେବକମାନେ ଦେବତାଙ୍କ ପକ୍ଷରୁ ଏହି ନୀତି ସମ୍ପାଦନ କରିବେ। ରାତିରେ ମହାପ୍ରଭୁଙ୍କ ସହିତ ରୁକ୍ମିଣୀଙ୍କ ବିବାହ ଉତ୍ସବ ସମ୍ପନ୍ନ ହେବ। ଏଥିସହ ଭିତର ଚନ୍ଦନ ଯାତ୍ରା ଅବସରରେ ମହାପ୍ରଭୁଙ୍କ ଜଳକ୍ରୀଡ଼ା ବିଧି ଅନୁଷ୍ଠିତ ହେବ।

Leave A Reply

Your email address will not be published.