Odisha Link
Bridging the Missing Links in Odisha

କରୋନା: ଦିନକରେ ୨୯୫୭ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟ ପାଇଁ ଆଶ୍ବସ୍ତିକର ଖବର। ରାଜ୍ୟରେ ଧୀରେ ଧୀରେ ତଳମୁହାଁ ହେବାରେ କରୋନା ଗ୍ରାଫ। ଦୈନିକ ସଂକ୍ରମଣ ହାର କମିବାରେ ଲାଗିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୯୫୭ ଜଣ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୮୩,୪୯୦ରେ ପହଁଞ୍ଚିଛି। ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୮ କ୍ବାରାଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୨୫୯ ଜଣ ସ୍ଥାନୀୟ ବାସିନ୍ଦା ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୦ଜଣ, ବାଲେଶ୍ୱର ଜିଲ୍ଲାରୁ ୨୪୭ଜଣ, ବରଗଡ଼ ଜିଲ୍ଲାରୁ ୪୧ଜଣ, ଭଦ୍ରକ ଜିଲ୍ଲାରୁ ୧୯୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୭ଜଣ, ବୌଦ୍ଧ ଜିଲ୍ଲାରୁ ୪୭ଜଣ, କଟକ ଜିଲ୍ଲାରୁ ୨୭୨ଜଣ, ଦେଓଗଡ଼ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୨ଜଣ, ଗଜପତି ଜିଲ୍ଲାରୁ ୨୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୩ଜଣ, ଯାଜପୁର ଜିଲ୍ଲାରୁ ୨୬୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩୮ଜଣ, କନ୍ଧମାଳ ଜିଲ୍ଲାରୁ ୫୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୫୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୦୮ଜଣ, କୋରାପୁଟ ଜିଲ୍ଲାରୁ ୬୦ଜଣ, ମାଲକାନଗିରି ଜିଲ୍ଲାରୁ ୫୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୫ଜଣ, ନୟାଗଡ଼ ଜିଲ୍ଲାରୁ ୧୧୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୨୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୬୩ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୨୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୮ଜଣ, ଷ୍ଟେଟ ପୁଲ୍‌ରୁ ୭୦ଜଣ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮,୮୩,୪୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୪,୯୬୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮,୪୪,୮୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Leave A Reply

Your email address will not be published.