Odisha Link
Bridging the Missing Links in Odisha

ଦିନକରେ କରୋନା ନେଲା ୩୮ ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ କିଛିଦିନ ହେବ କମିବାରେ ଲାଗିଛି କରୋନା ସଂକ୍ରମଣ। ହେଲେ କମୁନାହିଁ ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୨୯୫୭ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩,୬୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ ରହିଥିବା ବେଳେ ବରଗଡ଼, କଟକ ଜିଲ୍ଲାରୁ ୫ଜଣ ରହିଛନ୍ତି। ପୁରୀ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ସମ୍ବଲପୁରରୁ ୩ଜଣ ରହିଛନ୍ତି। ସେହିପରି ଜଗତସିଂହପୁର , ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କୋରାପୁଟ, କେନ୍ଦୁଝର, ଗଞ୍ଜାମ, ଢେଙ୍କାନାଳ, ଦେଓଗଡ଼, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮,୮୩,୪୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୪,୯୬୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮,୪୪,୮୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୬୭୧ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି।

Leave A Reply

Your email address will not be published.