Odisha Link
Bridging the Missing Links in Odisha

୨୭ ଯାଏଁ ପ୍ରବଳ ବର୍ଷା, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଜାରି ରହିଛି ଲଗାଣ ବର୍ଷା। ଆସନ୍ତା ୨୭ ଯାଏଁ ଜାରି ରହିବ ବର୍ଷା। କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୭ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି। କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୁରଭଞ୍ଜରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଉତ୍ତର ପଞ୍ଜାବରୁ ହରିୟାଣା, ଉତ୍ତର-ପ୍ରଦେଶ, ବିହାର, ଝାଡ଼ଖଣ୍ଡ ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟଦେଇ ଲମ୍ବିଥିବା ଟ୍ରଫ-ଲାଇନ ପ୍ରଭାବରେ ବର୍ଷା ହେଉଛି। ଏହା ସହିତ ଦକ୍ଷିଣ ବଙ୍ଗଳାଦେଶ ତଥା ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଥିବା ଘୁର୍ଣିବଳୟ ପ୍ରଭାବ ପଡ଼ିଛି। ଯାହାଦ୍ୱାରା ଉପକୂଳ ଓଡ଼ିଶାର ଜିଲ୍ଲା ଗୁଡିକରେ ମୌସୁମୀ ଜନିତ ବର୍ଷା ଲାଗିରହିଛି। ଆସନ୍ତା ୨୭ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବିକ୍ଷିପ୍ତ ଭାବେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

,ଜୁନ ୨୨ ମଧ୍ୟରେ ଓଡ଼ିଶାରେ ୧୩୯ ଦଶମିକ ୫ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଯାହାକି ସ୍ୱାଭାବିକ ବର୍ଷାଠାରୁ ୨ ପ୍ରତିଶତ ଅଧିକ। ଏହି ଅବଧି ଭିତରେ ୮ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି। ୨ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ, ୬ ଜିଲ୍ଲା ରେ ସ୍ୱାଭାବିକ ଠାରୁ ୨୦ ରୁ ୫୯ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଅବଶିଷ୍ଟ ୧୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା ଅନୁଭୂତ ହୋଇଛି।

Leave A Reply

Your email address will not be published.